//BREAKING//
Loading...

ମାର୍ଗଶୀର ପ୍ରଥମ ଗୁରୁବାରରେ ଓଡିଶା ପାଳିବ ମିଲେଟ ଦିବସ, ଉପକୃତ ହେବେ ଚାଷୀ


ଭୁବନେଶ୍ବର: ଆଜି ମାର୍ଗଶୀର ମାସ ପ୍ରଥମ ଗୁରୁବାର । ସାରା ରାଜ୍ୟରେ ପାଳନ ହେବ ମାଣ୍ଡିଆ ଦିବସ । କୃଷି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ସହିତ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ଲକ୍ଷ୍ୟରେ ମାଣ୍ଡିଆ ଦିବସ ପାଳନ କରାଯାଉଛି । ୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ ।ପ୍ରଥମେ ୭ଟି ଜିଲ୍ଲାର ୩୦ ବ୍ଲକରେ ମିଲେଟ୍ ମିଶନ କାର୍ଯ୍ଯକାରୀ ହୋଇଥିଲା। ଏବେ ରାଜ୍ୟର ୧୯ଟି ଜିଲ୍ଲାର ୧୪୨ ବ୍ଲକରେ ଏହା କାର୍ଯ୍ଯକାରୀ ହେଉଛି। ଓଡ଼ିଶାରେ ଦିନକୁ ଦିନ ବଢୁଛି ମାଣ୍ଡିଆ ଚାହିଦା। ମିଲେଟ୍ ମିଶନ୍ ମାଧ୍ୟମରେ ଗାଁ ଓ ସହରରେ ମହିଳା ରୋଜଗାରକ୍ଷମ ହୋଇପାରିଛନ୍ତି । ମିଲେଟ୍ ଜାତୀୟ ଖାଦ୍ୟ ସାମଗ୍ରୀର ପ୍ରଚାର ପ୍ରସାର ପାଇଁ ମିଶନ୍ ଶକ୍ତିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକି ଦେଶରେ ପ୍ରଥମ। ମିଲେଟ୍ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ଓଡ଼ିଶା ମିଲେଟ୍ ମିଶନ୍ ଦ୍ୱାରା ନିଆଯାଇଥିବ ପଦକ୍ଷେପକୁ ସର୍ବୋତ୍ତମ ମଡେଲ ମଧ୍ୟରୁ ଗୋଟିଏ ଭାବେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ମିଳିଛି ।

Post a Comment

Previous Post Next Post

କରମ ଟିଭି ଓଡିଶା

Hi! କର୍ମଜୀବୀ ଓ ଆଦିବାସୀଙ୍କ ଅନ୍ତଃ-ସ୍ୱର MAN KI BAT ଓ ଏହାଙ୍କ ଲୁକ୍କାୟିତ ସଂସ୍କୃତିର ଗବେଷଣା ଧର୍ମୀ ବିଶ୍ଳେଷଣ ଦେଖିବା ପାଇଁ ଆମ ୟୁଟ୍ୟୁବ ଚାନେଲକୁ subscribe କରନ୍ତୁ 🔔

Subscribe